ସିକରପାଇ ସରକାରୀ ଉଚ୍ଚ ବିଦ୍ୟାଳୟରେ ଜାତୀୟ କ୍ରୀଡ଼ା ଦିବସ ପାଳିତ ।

​କଲ୍ୟାଣସିଂହପୁର, ୨୯/୦୮: ରାୟଗଡ଼ା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ସିକରପାଇ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଶନିବାର ଜାତୀୟ କ୍ରୀଡ଼ା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। କାର୍ଯ୍ୟକ୍ରମର ପ୍ରାରମ୍ଭରେ ହକିର ଯାଦୁକର ମେଜର ଧ୍ୟାନଚାନ୍ଦଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ ପୂର୍ବକ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଥିଲା। ଏହି ଅବସରରେ ଜାତୀୟ ସ୍ତରରେ ଉଲ୍ଲେଖନୀୟ ସଫଳତା ହାସଲ କରି ପ୍ରଶଂସିତ ତଥା ପୁରସ୍କାରପ୍ରାପ୍ତ ହୋଇଥିବା ଶ୍ରୀମାନ୍ ଦିଲ୍ଲୀପ କୁମାର ପରିଡ଼ାଙ୍କୁ ବିଦ୍ୟାଳୟ ତରଫରୁ ଉପଢୌକନ ପ୍ରଦାନ ପୂର୍ବକ ଭବ୍ୟ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା। ଏକ ସୁସ୍ଥ ଓ ନିରୋଗ ଶରୀର ଗଠନ ପାଇଁ କ୍ରୀଡ଼ାର ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବକ୍ତାମାନେ ମତବ୍ୟକ୍ତ କରିବା ସହ ଛାତ୍ରଛାତ୍ରୀମାନେ ଖେଳକୁଦ ମାଧ୍ୟମରେ କିଭଳି ବିଦ୍ୟାଳୟ ତଥା ରାଜ୍ୟ ପାଇଁ ସୁନାମ ଅର୍ଜନ କରିପାରିବେ, ସେ ସମ୍ପର୍କରେ ଉତ୍ସାହପ୍ରଦ ବାର୍ତ୍ତା ଦେଇଥିଲେ।
​ବିଦ୍ୟାଳୟର ପ୍ରଧାନଶିକ୍ଷକ ଶ୍ରୀଯୁକ୍ତ ରଞ୍ଜିତ କୁମାର ଗିରି କାର୍ଯ୍ୟକ୍ରମର ସଭାପତିତ୍ୱ କରିବା ସହ ଏହାକୁ ସଫଳତାର ସହ ପରିଚାଳନା କରିଥିଲେ। ବିଦ୍ୟାଳୟର ସମସ୍ତ ଶିକ୍ଷକ, ଶିକ୍ଷୟିତ୍ରୀ ତଥା କର୍ମଚାରୀବୃନ୍ଦ ଉପସ୍ଥିତ ରହି ସକ୍ରିୟ ସହଯୋଗ କରିଥିଲେ।

Comments (0)
Add Comment