ସୁନ୍ଦରଗଡ ଅତିରିକ୍ତ ଜିଲ୍ଲାପାଳଙ୍କ ଘରେ ଭିଜିଲାନ୍ସ ଚଢ଼ାଉ।

ସୁନ୍ଦରଗଡ଼: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସୁନ୍ଦରଗଡ଼ର ଅତିରିକ୍ତ ଜିଲ୍ଲାପାଳ ବିଶ୍ୱଜିତ ମହାପାତ୍ରଙ୍କ ଘର ସମେତ ୭ଟି ସ୍ଥାନରେ ଭିଜିଲାନ୍ସ ଚଢ଼ାଉ ଜାରି ରହିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଜି ସକାଳୁ ସୁନ୍ଦରଗଡ଼ ଅତିରିକ୍ତ ଜିଲ୍ଲାପାଳ ବିଶ୍ବଜିତ ମହାପାତ୍ରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ହୋଇଛି। ଏକକାଳୀନ ଭାବେ ଓଡ଼ିଶା ଭିଜିଲାନ୍ସର ୮ ଜଣ ଡିଏସପି, ୨ଜଣ ଇନସ୍ପେକ୍ଟର, ୫ ଏଏସଆଇ ଓ ଅନ୍ୟ କର୍ମଚାରୀମାନଙ୍କୁ ନେଇ ଗଠିତ ଟିମ୍ ସୁସୁନ୍ଦରଗଡ଼ ସରକାରୀ ଆବାସ ଓ ଅଫିସ ସହ ଖୋର୍ଦ୍ଧା, ଜିଲ୍ଲାର ବିଭିନ୍ନ ସ୍ଥାନ ଏବଂ ଜଗତସିଂହପୁର ରେଢୁଆସ୍ଥିତ ପୈତୃକ ଘରେ ଚଢାଉ କରିଛନ୍ତି।ଶ୍ରୀ ମହାପାତ୍ରଙ୍କ ଅବସରକୁ ଆଉ ମାତ୍ର ୧୮ ଦିନ ବାକି ଥିବା ବେଳେ ଭିଜିଲାନ୍ସ ଚଢ଼ାଉ ଚର୍ଚ୍ଚାର ଵିଷୟ ପାଲଟିଛି ।

Comments (0)
Add Comment