ସୁବର୍ଣ୍ଣପୁର ,୧୪/୦୪(ପିପିଟି):ସୁବର୍ଣ୍ଣପୁର ଜିଲ୍ଲ ପ୍ରଶାସନ ତଥା ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ ତରଫରୁ ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ଡ଼ ଭୀମ ରାଓ ଆମ୍ବେଦକରଙ୍କ ଜୟନ୍ତୀ ମହାସମାରୋହରେ ରେ ପାଳିତ ହୋଇଯାଇଛି I ଏହି ଉପଲକ୍ଷେ ସକାଳ ୮ ଘଟିକା ସମୟରେ ସହରସ୍ଥିତ ଆମ୍ବେଦକର ଛକରେ ଥିବା ଭାରତ ରତ୍ନ ଡ଼ ଆମ୍ବେଦକର ଙ୍କ ପ୍ରତିମୂର୍ତ୍ତି ରେ ଜିଲ୍ଲାପାଳ ଅନ୍ୟା ଦାସ, ଜିଲ୍ଲା ଆରକ୍ଷୀ ଅଧିକ୍ଷକ ୟଶ ପ୍ରତାପ ଶ୍ରୀମଲ, ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର ମାଝୀ, ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳିନା ପ୍ରଧାନ ଙ୍କ ସହ ପ୍ରଶାସନ ର ବରିଷ୍ଠ ଅଧିକାରୀ, ଜିଲ୍ଲା ଆମ୍ବେଦକର ସ୍ୱେଚ୍ଛାସେବୀ ସଂଗଠନ ର କର୍ମକର୍ତ୍ତା, ବୁଦ୍ଧିଜୀବୀ, ବରିଷ୍ଠ ନାଗରିକ କମିଟି କର୍ମକର୍ତ୍ତା ତଥା ବିଭିନ୍ନ ସ୍ବେଛାସେବୀ, ଆମ୍ବେଦକର ପ୍ରେମୀ, ଶିକ୍ଷକ ଶିକ୍ଷୟିତ୍ରୀ, ଛାତ୍ର ଛାତ୍ରୀ ପ୍ରମୁଖ ପୁଷ୍ପମାଲ୍ଯ ଅର୍ପଣ ପୂର୍ବକ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ I ପରେ ପରେ ଜିଲ୍ଲାପାଳ ସୁବର୍ଣ୍ଣପୁର ଙ୍କ କାର୍ଯ୍ୟାଳୟ ର ସମ୍ମିଳନୀ କକ୍ଷରେ ଏକ ଜିଲ୍ଲା ସ୍ତରୀୟ ଜୟନ୍ତୀ ସମାରୋହ ଅନୁଷ୍ଠିତ ହୋଇଥିଲା l ଜୟନ୍ତୀ ସମାରୋହରେ ମୁଖ୍ୟ ଅତିଥି ଭାବରେ ଜିଲ୍ଲାପାଳ ଅନ୍ୟା ଦାସ ଏବଂ ସମ୍ମାନିତ ଅତିଥିଭାବେ ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର ମାଝୀ ଓ ଅଞ୍ଜଳିନା ପ୍ରଧାନ ଯୋଗଦେଇଥିଲେ l ମୁଖ୍ୟ ବକ୍ତା ଭାବରେ ଉଲୁଣ୍ଡା ପି ଏସ ଡିଗ୍ରୀ ମହାବିଦ୍ୟାଳୟର ଇତିହାସ ବିଭାଗ ଅଧ୍ୟାପକ ବିଶ୍ୱ ନାଗ ଯୋଗଦେଇ ସମାଜ ପ୍ରତି ବାବାସାହେବ ଡ଼ ଆମ୍ବେଦକରଙ୍କ ଯୋଗଦାନ ତଥା ଜୀବନ ଦର୍ଶନ ଉପରେ ଆଲୋକପାତ କରିଥିଲେ I ଜୟନ୍ତୀ ଉପଲକ୍ଷେ ଜିଲ୍ଲା ଶିକ୍ଷା ଅଧିକାରୀ ଙ୍କ ତତ୍ୱାବଧାନ ରେ ଅନୁଷ୍ଠିତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଏବଂ ଉଚ୍ଚ ବିଦ୍ୟାଳୟ ସ୍ତରରେ ଅନୁଷ୍ଠିତ ଚିତ୍ରାଙ୍କନ, ଓଡ଼ିଆ ଓ ଇଂରାଜୀ ବକ୍ତୃତା ପ୍ରତିଯୋଗିତା ରେ କୃତକାର୍ଯ୍ୟ ହୋଇଥିବା ଛାତ୍ରଛାତ୍ରୀ ମାନଙ୍କୁ ସମାରୋହ ଅବସରରେ ଅତିଥିଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା l ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଅଶ୍ୱିନୀ କୁମାର ଭୋଇ ଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମ ରେ ଜିଲ୍ଲା ବାବା ସାହେବ ଆମ୍ବେଦକର ସ୍ବେଛାସେବୀ ଅନୁଷ୍ଠାନ ର ସଭାପତି ରବିନ୍ଦ୍ର କୁମ୍ଭାର ଧନ୍ୟବାଦ ଅର୍ପଣ କରିଥିବା ବେଳେ ସଭାରେ ସୂଚନା ଓ ଲୋକସମ୍ପର୍କ ବିଭାଗର ଗ୍ରନ୍ଥାଗାରିକ ବିଦ୍ୟାପତି ପଣ୍ଡା ସଂଯୋଜନା କରିଥିଲେ I ଜୟନ୍ତୀ ସଭାରେ ଜିଲ୍ଲାର ବିଭିନ୍ନ ବିଭାଗର ଅଧିକାରୀ, ସ୍ଵେଚ୍ଛାସେବୀ ଅନୁଷ୍ଠାନ ର କର୍ମକର୍ତ୍ତା, ବରିଷ୍ଠ ନାଗରିକ ସମାଜର ଗନ୍ୟମାନ୍ୟ ବ୍ୟକ୍ତି, ବୁଦ୍ଧିଜୀବୀ ପ୍ରମୁଖଙ୍କ ସମେତ ବିଭିନ୍ନ ବିଦ୍ୟାଳୟରୁ ଶତାଧିକ ଛାତ୍ର ଛାତ୍ରୀ, ଶିକ୍ଷକ ଶିକ୍ଷୟିତ୍ରୀ ଏବଂ ଗଣମାଧ୍ୟମର ପ୍ରତିନିଧି ଯୋଗଦେଇ ଥିଲେ l
ରିପୋର୍ଟ -ଶାନ୍ତନୁ କୁମାର କର୍ଣ୍ଣ