ସ୍ବର୍ଗତ ପ୍ରଫୁଲ୍ଲ କରଙ୍କ ବିୟୋଗ ସଙ୍ଗୀତ ଜଗତରେ ଏକ ଅପୂରଣୀୟ କ୍ଷତି : ଇଂ ତାରାପ୍ରସାଦ ।

ଯାଜପୁର,୧୮/୦୪(ପିପିଟି) : ବିଶିଷ୍ଟ ସଙ୍ଗୀତଜ୍ଞ ପ୍ରଫୁଲ୍ଲ କରଙ୍କ ବିୟୋଗରେ ଲେଖକ ଇଂ ତାରାପ୍ରସାଦ ମିଶ୍ର ଗଭୀର ଶୋକ ପ୍ରକାଶ କରିଛନ୍ତି । ମିଶ୍ର କହିଛନ୍ତି ସ୍ବର୍ଗତ କରଙ୍କ ବିୟୋଗ ସଙ୍ଗୀତ ଜଗତରେ ଏକ ଅପୂରଣୀୟ କ୍ଷତି । ଏହା ସହିତ ତାଙ୍କ ବିୟୋଗ ଓଡ଼ିଆ ସଙ୍ଗୀତ ଜଗତରେ ଏକ ଯୁଗର ଅବସାନ ଘଟାଇଛି। ତାଙ୍କର ସ୍ୱତନ୍ତ୍ର ସଙ୍ଗୀତ ରଚନା ଶୈଳୀ ଓ ନିର୍ଦ୍ଦେଶନା ଲୋକଙ୍କ ହୃଦୟରେ ତାଙ୍କୁ ସର୍ବଦା ଅମର କରି ରଖିବ ବୋଲି ମିଶ୍ର କହିଛନ୍ତି। ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମିଶ୍ର ଗଭୀର ସମବେଦନା ଜଣାଇବା ସହ ତାଙ୍କ ଅମର ଆତ୍ମାର ସଦଗତି କାମନା କରିଛନ୍ତି ।

Comments (0)
Add Comment