ଭଞ୍ଜନଗର,୧୧/୦୭(ପିପିଟି): ଭଞ୍ଜନଗର ଠାରେ ଉପଖଣ୍ଡସ୍ତରୀୟ ଦିବ୍ୟାଙ୍ଗ ଓ ସାଧାରଣ ଜନତାଙ୍କ ବିଭିନ୍ନ ଅଭିଯୋଗ ଓ ସମସ୍ୟାର ସମାଧାନ ସୋମବାର ଉପଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଭଞ୍ଜନଗର ଉପଜିଲ୍ଲାପାଳ ଜ୍ୟୋତି ଶଙ୍କର ରାୟ ଉପସ୍ଥିତ ରହି ସର୍ବ ପ୍ରଥମେ ଭିନ୍ନକ୍ଷମମାନଙ୍କ ଅଭିଯୋଗ ଏବଂ ପରେ ସାଧାରଣ ଅଭିଯୋଗ ଗୁଡିକର ଶୁଣାଣି କରିଥିଲେ । ସମ୍ମୁଦାୟ ୧୬ଟି ଅଭିଯୋଗପତ୍ର ଉପଜିଲ୍ଲାପାଳ ଶ୍ରୀ ରାୟ ଗ୍ରହଣ କରିଥିଲେ । ଦିବ୍ୟାଙ୍ଗମାନଙ୍କ ନିକଟରୁ ୨ଟି ଅଭିଯୋଗ ପତ୍ର ଆସିଥିଲା ବେଳେ ୧୪ଟି ସାଧାରଣ ଅଭିଯୋଗ ପତ୍ର ଗ୍ରହଣ କରାଯାଇଛି । ଏହି ଅଭିଯୋଗ ଶୁଣାଣି ସମୟରେ ଭଞ୍ଜନଗର ସହାୟକ ଜିଲ୍ଲାପାଳ ଅଞ୍ଜଳି ମାଝୀ, ଅତିରିକ୍ତ ଯୋଗାଣ ଅଧିକାରୀ ଅସିତ୍ ମହାନ୍ତି, ଏଷ୍ଟାବ୍ଳିଶମେଣ୍ଟ ଅଫିସର ଅନିଲ କୁମାର ପଣ୍ଡା, ଉପଖଣ୍ଡ ସୂଚନା ଲୋକ ସମ୍ପର୍କ ଅଧିକାରୀ ଗୌରୀ ଶଙ୍କର ଶତପଥୀ, ସାମାଜିକ ସୁରକ୍ଷା ଅଧିକାରୀ ଏସିଓ ଶବର, ଅତିରିକ୍ତ ତହସିଲଦାର ନିହାର ରଞ୍ଜନ ବେହେରା, ଆସିଷ୍ଟାଣ୍ଟ ଇଞ୍ଜିନିୟର ଜନ ସ୍ଵାସ୍ଥ୍ୟ ବିଭାଗ ନିତ୍ୟାନନ୍ଦ ବେହେରା, ଆସିଷ୍ଟାଣ୍ଟ ଇଞ୍ଜିନିୟର ଜଳସେଚନ ବିଭାଗ ରଶ୍ମି ରଞ୍ଜନ ରଥ ସମେତ ବିଭିନ୍ନ ଅଧିକାରୀମାନେ ଉପସ୍ଥିତ ଥିଲେ । ଏହି ଅଭିଯୋଗ ଶୁଣାଣି ସମୟରେ ଭଞ୍ଜନଗର ଉପଜିଲ୍ଲାପାଳଙ୍କ ଅଫିସର କର୍ମଚାରୀ ସୁରଭି ପ୍ରଧାନ, ବିବେକାନନ୍ଦ ମିଶ୍ର,ବଳରାମ ଯାନୀ ପ୍ରଭୃତି ସହଯୋଗ କରିଥିଲେ ।
(ରିପୋର୍ଟ- ଜୟକୃଷ୍ଣ ପଟ୍ଟନାୟକ। )