୧୬ଟି ଅଭିଯୋଗ ଶୁଣାଣୀ କଲେ ଉପଜିଲ୍ଲାପାଳ ।

ଭଞ୍ଜନଗର,୨୨/୦୮(ପିପିଟି): ଭଞ୍ଜନଗର ଉପଖଣ୍ଡସ୍ତରୀୟ ଦିବ୍ୟାଙ୍ଗ ଓ ସାଧାରଣ ଜନତାଙ୍କ ବିଭିନ୍ନ ଅଭିଯୋଗ ସମ୍ପର୍କିତ ଜନ ଶୁଣାଣି ସୋମବାର ଉପଜିଲ୍ଲାପାଳ ଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଭଞ୍ଜନଗର ଉପଜିଲ୍ଲାପାଳ ଜ୍ୟୋତି ଶଙ୍କର ରାୟ ଉପସ୍ଥିତ ରହି ଜନ ସାଧାରଣଙ୍କର ଅଭିଯୋଗ ଗୁଡିକର ଶୁଣାଣି କରିଥିଲେ । ସମ୍ମୁଦାୟ ୧୬ଟି ଅଭିଯୋଗ ପତ୍ର ଉପଜିଲ୍ଲାପାଳ ଶ୍ରୀ ରାୟ ଗ୍ରହଣ କରିଥିଲେ । ବ୍ୟକ୍ତିଗତ ସମସ୍ୟା ସମ୍ପର୍କିତ ୧୨ଟି ଅଭିଯୋଗପତ୍ର ଏବଂ ଗ୍ରାମ ସମସ୍ୟା ଉପରେ ୪ଟି ଅଭିଯୋଗପତ୍ର ରହିଥିଲା। ଏହି ଅଭିଯୋଗ ଶୁଣାଣି ସମୟରେ ଭଞ୍ଜନଗର ସହାୟକ ଜିଲ୍ଲାପାଳ ଅଞ୍ଜଳି ମାଝୀ,ସୁନନ୍ଦ ଶେଖର ସାହାଣୀ,ଅତିରିକ୍ତ ଯୋଗାଣ ଅଧିକାରୀ ଅସିତ ମହାନ୍ତି, ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟର ଡାକ୍ତର ଅନିଲ କୁମାର ଚୌଧୁରୀ, ଅତିରିକ୍ତ ତହସିଲଦାର ନିହାର ରଞ୍ଜନ ବେହେରା, ଜନ ସ୍ୱାସ୍ଥ୍ୟ ବିଭାଗ ଅଧିକାରୀ ବିନୟ କୁମାର ସାହୁ, ଭଞ୍ଜନଗର ଉପଖଣ୍ଡ ସୂଚନା ଲୋକ ସମ୍ପର୍କ ଅଧିକାରୀ ଗୌରୀ ଶଙ୍କର ଶତପଥୀ, ଏଷ୍ଟାବ୍ଲିଶମେଣ୍ଟ ଅଧିକାରୀ ଅନିଲ କୁମାର ପଣ୍ଡା, ସାମାଜିକ ସୁରକ୍ଷା ଅଧିକାରୀ ଏସିଓ ଶବର, ସି. ଡ଼ି. ପି. ଓ ବିଷ୍ନୁପ୍ରିୟା ସେଠି, ପୂର୍ତ୍ତ ବିଭଗ ସହକାରୀ ଯନ୍ତ୍ରୀ ଗୋପାଳ ଚନ୍ଦ୍ର ବେହେରା ସମେତ ସମସ୍ତ ବିଭାଗର ଅଧିକାରୀଗଣ ଉପସ୍ଥିତ ଥିଲେ। ଏଥିରେ ଭଞ୍ଜନଗର ଉପଜିଲ୍ଲାପାଳ କାର୍ଯ୍ୟାଳୟର ସୁରଭି ପ୍ରଧାନ,ଵିଵେକା ନନ୍ଦ ମିଶ୍ର, ବଳରାମ ଯାନୀ ପ୍ରଭୃତି ସହଯୋଗ କରିଥିଲେ ।
(ରିପୋର୍ଟ- ଜୟକୃଷ୍ଣ ପଟ୍ଟନାୟକ। )

Comments (0)
Add Comment