୨୩ରେ ଗଞ୍ଜାମର ସମସ୍ତ କଲେଜ ଓ ବୈଷୟିକ ଶିକ୍ଷାନୁଷ୍ଠାନ ବନ୍ଦ ରହିବ ।

ଛତ୍ରପୁର,୨୨/୦୯(ପିପିଟି): ଗଞ୍ଜାମ ଜିଲ୍ଲାରେ ପ୍ରବଳ ବର୍ଷା, ଜଳବନ୍ଦୀ ପରିସ୍ଥିତି ଓ ଯାତାୟାତରେ ସମ୍ଭାବ୍ୟ ବାଧାକୁ ଦୃଷ୍ଟିରେ ରଖି ଛାତ୍ରଛାତ୍ରୀ ଓ କର୍ମଚାରୀଙ୍କ ସୁରକ୍ଷା ନିମନ୍ତେ ଜିଲ୍ଲାର ସମସ୍ତ ଡିଗ୍ରୀ କଲେଜ,ବୈଷୟିକ ଶିକ୍ଷାନୁଷ୍ଠାନ ଏବଂ ବିଶ୍ୱବିଦ୍ୟାଳୟର ଅଧୀନସ୍ଥ ବିଭାଗଗୁଡ଼ିକୁ ୨୩ ସେପ୍ଟେମ୍ବର ୨୦୨୬ ଦିନ ବନ୍ଦ ରଖିବାକୁ ଜିଲ୍ଲାପାଳ ତଥା ଜିଲ୍ଲା ମାଜିଷ୍ଟ୍ରେଟ୍, ଗଞ୍ଜାମଙ୍କ ପକ୍ଷରୁ ଆଦେଶ ଜାରି କରାଯାଇଛି ।

ଦୁର୍ବିପାକ ପରିଚାଳନା ଆଇନ, ୨୦୦୫ର ଧାରା ୩୪ ଅନୁଯାୟୀ ପ୍ରଦତ୍ତ କ୍ଷମତା ବଳରେ ଏହି ଆଦେଶ ଜାରି ହୋଇଛି । ସମ୍ପୃକ୍ତ ସମସ୍ତ ଶିକ୍ଷାନୁଷ୍ଠାନର ମୁଖ୍ୟମାନେ ଆଦେଶର ନିଷ୍ଠାପୂର୍ବକ ପାଳନ ସହ ଛାତ୍ରଛାତ୍ରୀ ଓ କର୍ମଚାରୀଙ୍କ ସୁରକ୍ଷା ଓ କଲ୍ୟାଣ ନିମନ୍ତେ ଆବଶ୍ୟକ ସମସ୍ତ ପ୍ରତିଷେଧମୂଳକ ପଦକ୍ଷେପ ଗ୍ରହଣ କରିବେ ।

Comments (0)
Add Comment