ଭୁବନେଶ୍ବର ,୨୧/୦୪: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟ ପୋଲିସରେ ୨୮ଟି ସ୍ଥାୟୀ ପୋଲିସ ଆଉଟପୋଷ୍ଟ ପାଇଁ ୨୮ଟି ସବ୍ଇନ୍ସପେକ୍ଟର ଓ ୧୬୮ଟି କନେଷ୍ଟବଳ ପଦବୀ ମଞ୍ଜୁର କରିଛନ୍ତି। ପୋଲିସ ବିଭାଗର ଅନ୍ୟାନ୍ୟ ପଦବୀ ଗୁଡିକର ପୁନଃ-ବଣ୍ଟନ ଦ୍ବାରା ଏହି ପଦବୀ ଗୁଡିକ ସୃଷ୍ଟି କରାଯାଇଛି। ଏହାଦ୍ବାରା ସମୁଦାୟ ୧୯୬ଟି ନୂତନ ପଦବୀ ସୃଷ୍ଟି ହୋଇଛି ।
ଏହି ନୂତନ ଅଧିକାରୀ ଓ କର୍ମଚାରୀମାନେ ରାଜ୍ୟରେ ୨୮ଟି ସ୍ଥାୟୀ ପୋଲିସ ଆଉଟପୋଷ୍ଟରେ ନିଯୁକ୍ତ ହେବେ। ପ୍ରତ୍ୟେକ ଆଉଟପୋଷ୍ଟରେ ଜଣେ ଲେଖାଏ ସବ୍ଇନିସ୍ପେକ୍ଟର ଓ ୬ ଜଣ ଲେଖାଏ କନେଷ୍ଟବଳ ନିୟୋଜିତ ହେବେ। ଆଇନ ଶୃଙ୍ଖଳା ଠାରୁ ଆରମ୍ଭ କରି ବିଭିନ୍ନ ଅପରାଧୀକ ଅନୁସଂଧାନ କ୍ଷେତ୍ରରେ ସେମାନେ ଦାୟିତ୍ବ ନିର୍ବାହ କରିବେ। ଏହାଦ୍ବାରା ରାଜ୍ୟର ଆଇନ ଶୃଙ୍ଖଳା ବ୍ୟବାସ୍ଥା ଅଧିକ ଦୃଢ ହୋଇପାରିବ।