ରାଜ୍ୟରେ ସଂକ୍ରାମିତ ସଂଖ୍ୟା ୩,୦୭,୦୦୪, ମୃତ୍ୟୁ ସଂଖ୍ୟା ୧,୪୯୫ ।

ଭୁବନେଶ୍ବର,୧୩/୧୧(ପିପିଟି); ରାଜ୍ୟରେ ନୂତନ ଆକ୍ରାନ୍ତ ସଂଖ୍ୟା ୧,୦୧୮ । ବର୍ତ୍ତମାନ ସୁଦ୍ଧା ୫୧,୭୧,୧୮୪ ଜଣଙ୍କ ଟେଷ୍ଟ ସରିଛି । ସେଥି ମଧ୍ୟରୁ କରୋନା ପଜିଟିଭ ୩,୦୭,୦୦୪ ଚିହ୍ନଟ ହୋଇଛନ୍ତି ୨,୯୩,୭୪୧ ଜଣ ସୁସ୍ଥ ହୋଇଥିବା ବେଳେ ୧୧,୭୧୫ ଜଣ ଚିକିତ୍ସିତ ହେଉଛନ୍ତି ଏବଂ ୧,୪୯୫ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଅନ୍ଯ ମୃତ୍ୟୁ ୫୩ ହୋଇଛି । ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ତରଫରୁ ଏହି ସୂଚନା ମିଳିଛି । ନୂତନ ଆକ୍ରାନ୍ତ ୧,୦୧୮ ଜଣଙ୍କ ମଧ୍ୟରୁ ୫୮୫ କ୍ବାରେଣ୍ଟାଇନ୍ ସେଣ୍ଟର ଓ ୪୩୩ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡିଛି ।

Comments (0)
Add Comment