ସୁବର୍ଣ୍ଣପୁର ଜିଲ୍ଲା ସ୍ତରୀୟ ରବି ଧାନ କ୍ରୟ କମିଟି ବୈଠକ ଅନୁଷ୍ଠିତ, ମେ ୨୨ ରୁ ରବି ଧାନ କ୍ରୟ ଆରମ୍ଭ ।

ସୁବର୍ଣ୍ଣପୁର ,୧୦/୦୪(ପିପିଟି): ସୁବର୍ଣ୍ଣପୁର ଜିଲ୍ଲାରେ ରବିଧାନ କ୍ରୟ ନିମନ୍ତେ ଜିଲ୍ଲା ସ୍ତରୀୟ କ୍ରୟ କମିଟି ବୈଠକ ଜିଲ୍ଲାପାଳ ଶ୍ରୀମତୀ ଅନ୍ୟା ଦାସ ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ହୋଇଯାଇଛି l ଜିଲ୍ଲାପାଳ ଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଏହି ବୈଠକରେ ଚଳିତ ବର୍ଷ ଜିଲ୍ଲାରେ ମଇ ମାସ ୨୨ ତାରିଖ ରୁ ରବିଧାନ କ୍ରୟ ପ୍ରକ୍ରିୟା ଆରମ୍ଭ ହେବ ବୋଲି ସୂଚନା ଦିଆଯାଇଛି l ଏଥି ନିମନ୍ତେ ୬0 ଗୋଟି ପ୍ୟାକ୍ସ ଓ ପରିବର୍ଦ୍ଧିତ ୭ ଗୋଟି କେନ୍ଦ୍ର ସହ ୬୭ ଗୋଟି ଏବଂ ୩୭ ଗୋଟି ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ସାମିଲ ରହିଥିବା ବେଳେ ସମୁଦାୟ ୧୦୪ ଗୋଟି ଧାନ କ୍ରୟ କେନ୍ଦ୍ର ଜରିଆରେ ଯୋଗାଣ ନିଗମ ଧାନ କ୍ରୟ କରିବ l ରବି ଧାନ କ୍ରୟ ପ୍ରକ୍ରିୟା ନିମନ୍ତେ ଟୋକନ ବ୍ୟବସ୍ଥା କରାଯିବ, ମାତ୍ର ଏକର ପ୍ରତି କେତେ ପରିମାଣରେ ଧାନ କିଣାଯିବ ସେଥିପାଇଁ ରାଜ୍ୟ ସ୍ତରୀୟ କ୍ରୟ କମିଟି ନିଷ୍ପତ୍ତି ଗ୍ରହଣ କଲାପରେ ଜଣାପଡିବ l ଚଳିତ ବର୍ଷ ରବି ଧାନ ବିକ୍ରୟ କରିବା ପାଇଁ ଜିଲ୍ଲାର ୩୫୫୭୯ ଜଣ ଚାଷୀ ପଞ୍ଜିକରଣ ହୋଇଥିବା ବେଳେ ଗତ ରବି ରେ ୩୫୫୮୫ ଜଣ ଚାଷୀ ପଂଜିକୃତ ହୋଇ ୨୨୯୯୮୨୧.୬୭ କ୍ୱିଣ୍ଟାଲ ଧାନ କିଣାଯାଇଥିବା ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି l ଗ୍ରୀଷ୍ମ ପ୍ରବାହ ଓ ପ୍ରାକ ମୌସୁମୀ କୁ ଦୃଷ୍ଟି ରେ ରଖି ସମସ୍ତ ଧାନ କ୍ରୟ ଗୁଡିକରେ ଯେକୌଣସି ପ୍ରକାର ଅସୁବିଧା କୁ ସମ୍ମୁଖୀନ ଓ ପ୍ରତିହତ କରିବା ନିମନ୍ତେ ପାନୀୟ ଜଳ, ବିଜୁଳି, ତାରପୋଲିନ ଓ ଚାଷୀ ଙ୍କ ପାଇଁ ଆଶ୍ରୟସ୍ଥଳି ପ୍ରତି ବିଶେଷ ଗୁରୁତ୍ୱ ଦେବା ସହ ଚାଷୀ ଯେପରି ରବି ଧାନ ବିକ୍ରୟ କୁ ସହଜ, ସୁବିଧା, ଓ ସ୍ଵଛତାର ସହ କରିପାରିବ ସେଥି ପ୍ରତି ବିଶେଷ ଯତ୍ନବାନ ହେବାକୁ ଜିଲ୍ଲାପାଳ ତଥା ଅଧ୍ୟକ୍ଷା ଶ୍ରୀମତୀ ଦାସ ନିର୍ଦେଶ ଦେବା ସହ ବିଭାଗୀୟ ସମ୍ପୃକ୍ତ ଅଧିକାରୀ ବୃନ୍ଦ ନିଜ ନିଜ ବିଭାଗ ମଧ୍ୟରେ ସୁସମନ୍ୱୟ ରକ୍ଷା ପୂର୍ବକ କାର୍ଯ୍ୟ କରିବାକୁ ପରାମର୍ଶ ଦେଇଛନ୍ତି l ବୈଠକରେ ଚାଷୀ ପ୍ରତିନିଧି ତଥା ମିଲର ସଂଘ ପ୍ରତିନିଧି ମାନଙ୍କ ଦ୍ୱାରା ଆଗତ ଗତ ବର୍ଷ ଧାନ କ୍ରୟ ସମୟରେ ଓ ପରେ ଉପୁଜିଥିବା ବିଭିନ୍ନ ସମସ୍ୟା ଉପରେ ଆଲୋଚନା କରାଯାଇଥିଲା l ଗତବର୍ଷ ହୋଇଥିବା ତ୍ରୁଟିର ସମାଧାନ ଦିଗରେ ଜିଲ୍ଲା ପ୍ରଶାସନ ଗୁରୁତ୍ବଦେଇ ଚଳିତ ବର୍ଷ ରବିଧାନ କ୍ରୟକୁ ସୁ ବ୍ୟବସ୍ଥିତ କରାଯିବ ବୋଲି ଜିଲ୍ଲାପାଳ ବୈଠକରେ ସୂଚନା ଦେଇଥିଲେ l ସମ୍ପୃକ୍ତ ସମସ୍ତ ଙ୍କ ମିଳିତ ସହଯୋଗରେ ଚଳିତ ବର୍ଷ ରବି ଧାନ କ୍ରୟ ଯେପରି ସୁରୁଖୁରୁରେ ସମ୍ପନ୍ନ ହେବ ସେଥିପାଇଁ ସମ୍ପୃକ୍ତ ଅଧିକାରୀ ମାନେ ଆଗୁଆ ପ୍ରସ୍ତୁତି ର ସରଜମିନ ଯାଞ୍ଚ ସହ ତୃଣମୂଳ ସ୍ତରରେ ସୁସମନ୍ୱୟ ରକ୍ଷା ପୂର୍ବକ କାର୍ଯ୍ୟ କରିବାକୁ ଜିଲ୍ଲାପାଳ ପରାମର୍ଶ ଦେଇଛନ୍ତି l ଅନୁଷ୍ଠିତ ଏହି ବୈଠକରେ ଜିଲ୍ଲା ମୁଖ୍ୟ ଉନ୍ନୟନ ଓ କାର୍ଯ୍ୟ ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ଅଶ୍ୱିନୀ କୁମାର ମେହେର, ବୀରମହାରାଜପୁର ଉପଜିଲ୍ଲାପାଳ ଶ୍ରୀ ଲଲାଟେନ୍ଦୁ ସି, ଜିଲ୍ଲା କୃଷି ଅଧିକାରୀ ଡ଼ ବିଭୁତି ଭୂଷଣ ମିଶ୍ର ଜିଲ୍ଳା ଯୋଗାଣ ଅଧିକାରୀ, ସମ୍ପାଦକ ନିୟନ୍ତ୍ରିତ ବଜ଼ାର କମିଟି, ଜିଲ୍ଳା ସମବାୟ ଉପନିବନ୍ଧକ ସୁବର୍ଣ୍ଣପୁର, ଜିଲ୍ଲା ଚାଷୀ ସଂଗଠନ ର କର୍ମକର୍ତ୍ତା, ମିଲର୍ସ ପ୍ରତିନିଧି ଓ ଜିଲ୍ଲାସ୍ତରୀୟ ବିଭିନ୍ନ ଅଧିକାରୀ ଅଂଶ ଗ୍ରହଣ କରି ଆଲୋଚନାରେ ଭାଗ ନେଇଥିଲେ l ବୈଠକରେ ଶ୍ରୀ ସୁରେଶ ପାଣିଗ୍ରାହୀ ଜିଲ୍ଲା ମୁଖ୍ୟ ଯୋଗାଣ ଅଧିକାରୀ ସ୍ୱାଗତ କରିବା ସହ ଅଧ୍ୟକ୍ଷ୍ୟଙ୍କ ଅନୁମତିରେ ଆଳୋଚିତ କାର୍ଯ୍ୟ ଖସଡ଼ା ବୈଠକରେ ଉପସ୍ଥାପନ କରିଥିଲେ l

ରିପୋର୍ଟ -ଶାନ୍ତନୁ କୁମାର କର୍ଣ୍ଣ

Comments (0)
Add Comment