ବିପୁଳ ପରିମାଣର ଗଞ୍ଜେଇ ଜବତ, ଜଣେ ଗିରଫ ।

ସିମୁଳିଆ ,୨୩/୦୫:ସ୍ୱତନ୍ତ୍ର ଟିମ ଦ୍ୱାରା ଜାତୀୟ ରାଜପଥରେ ଦଶ କେଜି ଗଞ୍ଜେଇ ଜବତ କରିବା ସହ ଜଣକୁ ଗିରଫ କରିଥିବା ଜଣାଯାଇଛି l ସୂଚନାରୁ ପ୍ରକାଶ କୌଣସି ସୂତ୍ରରୁ ଖବର ପାଇ ବାଲେଶ୍ୱର ଅବକାରୀ ଅଧିକ୍ଷକ ମନୋଜ କୁମାର ସେଠୀଙ୍କ ନିର୍ଦ୍ଦେଶକ୍ରମେ ଓ ନୀଳଗିରି ଅବକାରୀ ନିରୀକ୍ଷକ କେଶବ ଚନ୍ଦ୍ର ଦାସ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଖଇରା ଅବକାରୀ ଥାନା ଭାରପ୍ରାପ୍ତ ଅଧିକାରୀ ପ୍ରହଲ୍ଲାଦ ସାମଲ ଏବଂ ଷ୍ଟାଫମାନଙ୍କୁ ନେଇ ଗଠିତ ଏକ ସ୍ୱତନ୍ତ୍ର ଟିମ ଦ୍ଵାରା ସିମୁଳିଆ ଥାନା ଅନ୍ତର୍ଗତ ଜାତୀୟ ରାଜପଥ ମାର୍କୋଣା ବସ ଷ୍ଟପ ନିକଟରେ ଚଢ଼ାଉ କରିଥିଲେ l ଚଡାଉରେ ବ୍ୟକ୍ତିଙ୍କ ନିକଟରୁ ୧୦ କିଲୋଗ୍ରାମ ଗଞ୍ଜେଇ ଜବତ କରିବା ସହିତ ଏଥିରେ ସମ୍ପୃକ୍ତ ବିହାର ରାଜ୍ୟର ଫତେପୁର ଥାନା ଅନ୍ତର୍ଗତ ବାରାତାଣ୍ଡ ଗ୍ରାମର ରୌଶନ କୁମାରଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଛି । ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ ଏକ ଲକ୍ଷ ଟଙ୍କାରୁ ଉର୍ଦ୍ଧ୍ବ ହେବ ବୋଲି ଅବକାରୀ ବିଭାଗ ସୂଚନା ଦେଇଛି l ଉକ୍ତ ଚଢ଼ାଉରେ ସହ ଉପ-ନିରୀକ୍ଷକ ଦୀପିକା ପରିଡ଼ା, କ୍ଷୀରୋଦ କୁମାର ସାହୁ ଓ କନେଷ୍ଟବଳ ଦେବାଶିଷ ମଲ୍ଲିକ, ମିନତୀ ପରିଡ଼ା ପ୍ରଭୃତି ସାମିଲ ଥିଲେ । ଏନେଇ ଖଇରା ଅବକାରୀ ଥାନା ପକ୍ଷରୁ କେସ ନଂ: ୫୩/୨୦୨୬-୨୭ ମୂଳେ ମାମଲା ରୁଜ୍ଜୁ କରାଯାଇଛି l

Comments (0)
Add Comment