ଅକ୍ଟୋବର ୨୫ରେ ଓଡ଼ିଶା ଆସିପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ।

ଭୁବନେଶ୍ୱର, ୧୭/୧୦(ପିପିଟି): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅକ୍ଟୋବର ୨୫ ତାରିଖରେ ଓଡ଼ିଶା ଗସ୍ତରେ ଆସିପାରନ୍ତି। ତାଙ୍କର ସମ୍ଭାବ୍ୟ ଗସ୍ତକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ଏ ସମ୍ପର୍କରେ ଶନିବାର ରାଜ୍ୟସ୍ତରୀୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହେବ।

ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ସକାଳ ୧୦ଟାରେ ଲୋକସେବା ଭବନର ତୃତୀୟ ମହଲା ସମ୍ମିଳନୀ କକ୍ଷରେ ଏହି ବୈଠକ ବସିବାର କାର୍ଯ୍ୟକ୍ରମ ରହିଛି। ବୈଠକରେ ପ୍ରଧାନମନ୍ତ୍ରୀଙ୍କ ସମ୍ଭାବ୍ୟ ଗସ୍ତ ସମ୍ପର୍କିତ ବିଭିନ୍ନ ପ୍ରସ୍ତୁତିର ସମୀକ୍ଷା କରାଯିବ। ସୁରକ୍ଷା ବ୍ୟବସ୍ଥା, ଯାତାୟାତ ନିୟନ୍ତ୍ରଣ ଓ ଅନ୍ୟାନ୍ୟ ଆନୁଷଙ୍ଗିକ ବ୍ୟବସ୍ଥା ନେଇ ବିଭିନ୍ନ ବିଭାଗର ଅଧିକାରୀଙ୍କ ସହ ଆଲୋଚନା ହେବ। ବୈଠକରେ ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀମାନେ ଯୋଗଦେବେ।

ସୂଚନାଯୋଗ୍ୟ, ଓଡ଼ିଶାରେ ବିଜେପି ସରକାର ଗଠନ ପରଠାରୁ ପ୍ରଧାନମନ୍ତ୍ରୀ ମୋଦୀ ଆଠ ଥର ରାଜ୍ୟ ଗସ୍ତ କରିଥିବା କୁହାଯାଉଛି। ଅକ୍ଟୋବର ୨୫ରେ ତାଙ୍କର ଗସ୍ତ ହେଲେ, ଏହା ରାଜ୍ୟରେ ବିଜେପି ସରକାର ଗଠନ ପରେ ତାଙ୍କର ନବମ ଗସ୍ତ ହେବ। ତେବେ ଏହି ଗସ୍ତ ସମ୍ପର୍କରେ ଆନୁଷ୍ଠାନିକ ଘୋଷଣାକୁ ଅପେକ୍ଷା କରାଯାଇଛି।

Comments (0)
Add Comment