ଚିକିଟିରେ ବହୁମୁଖୀ ବନ୍ୟା ଆଶ୍ରୟସ୍ଥଳୀ ପରିଦର୍ଶନ କଲେ ଜିଲ୍ଲାପାଳ ।

ଚିକିଟି, ୨୬/୧୦(ପିପିଟି): ସମ୍ଭାବ୍ୟ ବାତ୍ୟା ଓ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲ୍ଲା ପ୍ରଶାସନ ପକ୍ଷରୁ ଆଗୁଆ ପ୍ରସ୍ତୁତି ଜୋରଦାର କରାଯାଇଛି। ଏହି ପରିପ୍ରେକ୍ଷୀରେ ଗଞ୍ଜାମ ଜିଲ୍ଲାପାଳ ଭି. କୀର୍ତ୍ତି ଭାସନ, ବ୍ରହ୍ମପୁର ଉପଜିଲ୍ଲାପାଳ ଅବିନାଶ କୁମାର, ଚିକିଟି ତହସିଲଦାର ବିଶ୍ୱ ରଞ୍ଜନ କହଁର ଏବଂ ଗୋଷ୍ଠୀ ଉନ୍ନୟନ ଅଧିକାରୀ ବିବେକାନନ୍ଦ ମିଶ୍ର ଚିକିଟି ବ୍ଲକ୍‌ର ଏକସିଙ୍ଗି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଡଙ୍କୁଲୁପଡ଼ା ଏବଂ ଝାଟିପଦର ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଗୋବିନ୍ଦପୁରସ୍ଥିତ ବହୁମୁଖୀ ବନ୍ୟା ଆଶ୍ରୟସ୍ଥଳୀ ପରିଦର୍ଶନ କରି ସେଠାରେ ରହିଥିବା ପ୍ରସ୍ତୁତି ଓ ବ୍ୟବସ୍ଥାର ସମୀକ୍ଷା କରିଛନ୍ତି।

ପରିଦର୍ଶନ ସମୟରେ ଆଶ୍ରୟସ୍ଥଳୀଗୁଡ଼ିକରେ ପାନୀୟ ଜଳ, ପରିମଳ ଓ ଅନ୍ୟାନ୍ୟ ଆବଶ୍ୟକୀୟ ସୁବିଧାର ଉପଲବ୍ଧତା ସହ ବିପର୍ଯ୍ୟୟ ସମୟରେ ପ୍ରଭାବିତ ଲୋକଙ୍କୁ ସୁରକ୍ଷିତ ଭାବେ ଆଶ୍ରୟ ଦେବା ନିମନ୍ତେ ହୋଇଥିବା ବ୍ୟବସ୍ଥାର ତଦାରଖ କରାଯାଇଥିଲା। ସମ୍ଭାବ୍ୟ ବାତ୍ୟା ଓ ପ୍ରବଳ ବର୍ଷା ସମୟରେ ଜନସାଧାରଣଙ୍କ ଧନଜୀବନର ସୁରକ୍ଷାକୁ ସର୍ବାଧିକ ଗୁରୁତ୍ୱ ଦେଇ ଆବଶ୍ୟକସ୍ଥଳେ ଲୋକଙ୍କୁ ନିରାପଦ ସ୍ଥାନକୁ ସ୍ଥାନାନ୍ତର କରିବା ସହ ସମସ୍ତ ଆଗୁଆ ପଦକ୍ଷେପ ଗ୍ରହଣ ପାଇଁ ପ୍ରଶାସନ ପ୍ରସ୍ତୁତ ରହିଛି।

 

ରିପୋର୍ଟ -ନିଗମାନନ୍ଦ ପଣ୍ଡା

Comments (0)
Add Comment